ଭୁବନେଶ୍ବର ୧।୮: ରାଜ୍ୟରେ ବନ୍ୟା ପ୍ରଭାବ କେବଳ ଲୋକଙ୍କ ଜୀବନରେ ସୀମିତ ରହିନାହିଁ, ପଶୁପକ୍ଷୀଙ୍କ ଉପରେ ମଧ୍ୟ ଏହାର ଗଭୀର ପ୍ରଭାବ ପଡ଼ିଛି । ପ ସମ୍ପଦ ବିଭାଗର ସର୍ବଶେଷ ରିପୋର୍ଟ ଅନୁଯାୟୀ, ଲକ୍ଷାଧିକ ପଶୁ ପ୍ରଭାବିତ ହୋଇଥିବା ବେଳେ ସେମାନଙ୍କ ସୁରକ୍ଷା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ରିଲିଫ୍ ଓ ଚିକିତ୍ସା କାର୍ଯ୍ୟ ଚାଲିଛି ।ପଶୁମାନଙ୍କ ସୁରକ୍ଷା ପାଇଁ ୫୮ଟି ରାପିଡ୍ ରେସପନ୍ସ ଟିମ୍ ଗଠନ କରାଯାଇଛି । ୨୪୫ଟି ପଶୁ ଚିକିତ୍ସା ଶିବିର ମାଧ୍ୟମରେ ୧୫ ହଜାର ୧୭୯ଟି ପଶୁଙ୍କ ଚିକିତ୍ସା କରାଯାଇଛି । - ବନ୍ୟା ବିଭୀଷିକା ପରେ ଗର୍ଭଗୃହକୁ ଫେରିଲେ ମା' ଭଟ୍ଟାରିକା, ପୀଠ ପରିସରରେ ୧୬୩ ଧାରା ବଳବତ୍ତର ବନ୍ୟା ପୂର୍ବରୁ ୬ ଲକ୍ଷ ୪୬ ହଜାର ୮୨୫ଟି ଏବଂ ବନ୍ୟା ପରେ ୧୧ ହଜାର ୮୦୦ଟି ଟିକା ପ୍ରଦାନ କରାଯାଇଛି । ପ୍ରଭାବିତ ଜିଲ୍ଲାଗୁଡ଼ିକୁ ୮୦୦ ମେଟ୍ରିକ୍ ଟନ୍ ଗୋ-ଖାଦ୍ୟ ଯୋଗାଇ ଦିଆଯାଇଥିବା ବେଳେ ୭୩.୨ କ୍ୱିଣ୍ଟାଲ ସବୁଜ ଘାସ ଏବଂ ୧୩.୯ କ୍ୱିଣ୍ଟାଲ ଶୁଖିଲା ଘାସ/ନଡ଼ା ବଣ୍ଟନ କରାଯାଇଛି । ତେବେ ବନ୍ୟାରେ ୫ଟି ବଡ଼ ପଶୁ, ୧୨୦ଟି ଛୋଟ ପଶୁ ଓ ୮୦ ହଜାର ୯୦୦ଟି କୁକୁଡ଼ାର ମୃତ୍ୟୁ ଘଟିଥିବା ରିପୋର୍ଟରେ ଉଲ୍ଲେଖ ରହିଛି ।
