Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ

ସମୟ Live 2 weeks ago

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୂଆଦିଲ୍ଲୀ ଗସ୍ତ । ଅପରାହ୍ନ ୩ .୩୦ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତ କରିବେ। ଆସନ୍ତାକାଲି ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ହେଉଥିବା ଶିଖର ସମ୍ମିଳନୀ ଉଦଯାପନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ପ୍ରଥମ ଥର ପାଇଁ ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ସେପ୍ଟେମ୍ବର ୧ ଓ ୨ ତାରିଖ ଦୁଇଦିନ ଧରି ଏଭଳି ଶିଖର ସମ୍ମିଳନୀ ଆୟୋଜନ କରାଯାଉଛି ।

ଆସନ୍ତାକାଲି ଉଦଯାପନ ଅଧିବେଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଜଳ ସମ୍ପଦ ମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଅନ୍ୟପଟେ, ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କର ମଧ୍ୟ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ରହିଛି । ଆଜି ଦିନ ୧ଟା ବେଳକୁ ନବୀନ ପଟ୍ଟନାୟକ ୭ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଥିବା ସୂଚନା ମିଳିଛି । ତେବେ ଉଭୟ ନେତାଙ୍କ ଏକା ସହିତ ନୂଆଦିଲ୍ଲୀ ଗସ୍ତକୁ ନେଇ ରାଜନୈତିକ ମହଲରେ ଆଲୋଚନା ଆରମ୍ଭ ହୋଇଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Samaya Live