Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ମୁଖ୍ୟମନ୍ତ୍ରୀଙ୍କ ୨୦ତମ ଅଭିଯୋଗ ଶୁଣାଣି: ୬୦୦ରୁ ଅଧିକ ଅଭିଯୋଗର ସମାଧାନ

ମୁଖ୍ୟମନ୍ତ୍ରୀଙ୍କ ୨୦ତମ ଅଭିଯୋଗ ଶୁଣାଣି: ୬୦୦ରୁ ଅଧିକ ଅଭିଯୋଗର ସମାଧାନ

SANKET TV 23 hrs ago

ଜିର ଏହି ଶୁଣାଣିରେ ମୋଟ ୬ ଶହରୁ ଅଧିକ ଅଭିଯୋଗ ଆସିଥିଲା। ସମସ୍ତ ଅଭିଯୋଗକାରୀଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟାର ସମାଧାନ ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ସମସ୍ତ ଅଧିକାରୀଙ୍କୁ ଅଭିଯୋଗଗୁଡ଼ିକର ତ୍ୱରିତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅବସରରେ ବିଶେଷ ଭାବେ ୧୬ ଜଣ ବ୍ୟକ୍ତିଙ୍କୁ ଭିନ୍ନକ୍ଷମ ଓ ଜଟିଳ ରୋଗରେ ପୀଡ଼ିତ ରୋଗୀଙ୍କ ଚିକିତ୍ସା ପାଇଁ ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ମାଧ୍ୟମରେ ୧୪ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି।

ଜିଲ୍ଲା ସ୍ତରରେ ଅଭିଯୋଗ ଶୁଣାଣିର ଅଗ୍ରଗତି ସମ୍ପର୍କରେ ସୂଚନା ଦେଇ କୁହାଯାଇଛି ଯେ, ଜିଲ୍ଲାସ୍ତରରେ ଆସିଥିବା ମୋଟ ଅଭିଯୋଗ ମଧ୍ୟରୁ ୮୭ ପ୍ରତିଶତ ସମାଧାନ ହୋଇସାରିଛି। ଫଳରେ ସାଧାରଣ ଲୋକଙ୍କୁ ଅଯଥା ହଇରାଣ ସହିବାକୁ ପଡୁନାହିଁ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, "ଆମ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କ ସମସ୍ୟାକୁ ସହୃଦୟତାର ସହ ଶୁଣି ତା'ର ସମାଧାନ କରିବାକୁ ଆମେ ସର୍ବୋଚ୍ଚ ପ୍ରାଥମିକତା ଦେଉଛୁ।" ସେ ଆହୁରି ମଧ୍ୟ କହିଲେ ଯେ, ଯେଉଁଠି ଲୋକଙ୍କ ସମସ୍ୟା ଅଛି, ସେଠାରେ ସରକାର ନିଶ୍ଚୟ ପହଞ୍ଚିଥାନ୍ତି।

ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସରକାରଙ୍କ ସହାୟତା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ କହିଲେ ଯେ, ୨୦୨୪ ମସିହାର ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ରୂପେ ଘୋଷଣା କରି ସହାୟତା ପ୍ରଦାନ କରାଯାଇଥିଲା। ଏହାସହ ଚଳିତ ବନ୍ୟା ପାଇଁ ମଧ୍ୟ ସହାୟତା ପ୍ୟାକେଜ ଘୋଷଣା କରାଯାଇଛି। "ଆମ ସରକାର ଲୋକଙ୍କ ସୁଖ-ଦୁଃଖରେ ଅଛି ଓ ରହିବ," ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ, ପୂର୍ବରୁ ରାଜ୍ୟସ୍ତରରେ ଅନୁଷ୍ଠିତ ୧୯ଟି ପର୍ଯ୍ୟାୟ ଶୁଣାଣିରେ ମୋଟ ୧୫,୩୨୭ ଅଭିଯୋଗ ମଧ୍ୟରୁ ୧୪,୫୧୯ ଅର୍ଥାତ୍ ୯୫ ପ୍ରତିଶତ ଅଭିଯୋଗର ସଫଳ ସମାଧାନ କରାଯାଇସାରିଛି। ସେହିପରି ଜିଲ୍ଲାସ୍ତରରେ ଜୁଲାଇ ମାସ ଶେଷ ସୁଦ୍ଧା ୨,୬୯,୩୯୪ ଅଭିଯୋଗ ଶୁଣାଣି କରାଯାଇ ୮୭ ପ୍ରତିଶତ ସମାଧାନ ହୋଇଛି।

ଆଜିର ଶୁଣାଣି ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଗୃହ ନିର୍ମାଣ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମତ୍ସ୍ୟ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ବନ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ, ସାଧାରଣ ଅଭିଯୋଗ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Sanket TV