ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ବର୍ଷାର ପରିମାଣ ବୃଦ୍ଧି ହୋଇପାରେ ବୋଲି ଅନୁମାନ କରିଛି ପାଣିପାଭ ବିଭାଗ । ସେଥିପାଇଁ ଉତ୍ତର ଓଡ଼ିଶାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ସାଙ୍ଗକୁ ବଜ୍ରପାତ ଏବଂ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ତେଣୁ ଏହି ସମୟରେ ସତର୍କ ରହିବାକୁ ସୂଚନା ଦିଆଯାଇଛି ।

