Dailyhunt
୬ଟି ପ୍ରକଳ୍ପକୁ ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟିର ସୁପାରିସ

୬ଟି ପ୍ରକଳ୍ପକୁ ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟିର ସୁପାରିସ

ଭୁବନେଶ୍ୱର: ରାଜ୍ୟରେ ବନ୍ୟପ୍ରାଣୀଙ୍କ ସଂରକ୍ଷଣ ଏବଂ ଏହି କ୍ଷେତ୍ରରେ ଉପୁଜିଥିବା ବିଭିନ୍ନ ସମସ୍ୟାର ସମୟୋପଯୋଗୀ ସମାଧାନ ପାଇଁ ଆଜି ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟିର ୧୨ତମ ବୈଠକ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ବିଭାଗର ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୬ଟି ବିକାଶମୂଳକ ପ୍ରକଳ୍ପକୁ ସୁପାରିସ କରାଯାଇଛି।

ପ୍ରଧାନମନ୍ତ୍ରୀ ସହିଦ ଦିବସ ଉପରେ…

ଶ୍ରୀକ୍ଷେତ୍ର ମଠାଧୀଶ ସେବା ସଂଘର…

ହସ୍ତଶିଳ୍ପ ସଂଗ୍ରହାଳୟ-କଳାଭୂମିର…

ତହସିଲ ନାକ ତଳୁ ଲୁଟ୍ ହେଉଛି…

ଅନୁଷ୍ଠିତ ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ଏବଂ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂ ଖୁଂଟିଆଙ୍କ ଅଧ୍ୟକ୍ଷତା କରିଥିଲେ। ବୈଠକରେ ମୋଟ ୬ଟି ପ୍ରସ୍ତାବ ଉପସ୍ଥାପିତ ହୋଇଥିଲା। ସେଥିମଧ୍ୟରୁ ତିନିଟି ପ୍ରସ୍ତାବ ଅନୁଗୁଳ ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରସ୍ତାବିତ ମୁଖ୍ୟ ଜଳସେଚନ ପ୍ରକଳ୍ପ ସହିତ ଜଡ଼ିତ ଥିଲା। ଏହି ଜଳସେଚନ ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ ହେଲେ ସ୍ଥାନୀୟ ଚାଷୀମାନେ ନିଶ୍ଚିତ ଜଳସେଚନ ସୁବିଧା ପାଇବା ସହ ଏହା ଗ୍ରାମୀଣ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହାସହ ସାତକୋଶିଆ, ଶିମିଳିପାଳ ଏବଂ ଚନ୍ଦକା-ଡମପଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟ ଭିତରେ ଓ ଏହାର ପାର୍ଶ୍ୱବର୍ତୀ ଅଂଚଳରେ ରହୁଥିବା ଗ୍ରାମବାସୀଙ୍କୁ ସୁରକ୍ଷିତ ପାନୀୟ ଜଳ ଯୋଗାଇବା ପାଇଁ ଅନ୍ୟ ତିନିଟି ପାନୀୟ ଜଳ ପ୍ରକଳ୍ପ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା।
ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ବନ୍ୟପ୍ରାଣୀ ପରିଷଦର ଅଧ୍ୟକ୍ଷଙ୍କ ଅନୁମୋଦନ କ୍ରମେ ଏହି ପ୍ରସ୍ତାବଗୁଡ଼ିକୁ କେନ୍ଦ୍ର ସରକାରଙ୍କ କେନ୍ଦ୍ରୀୟ ବନ୍ୟପ୍ରାଣୀ ପରିଷଦ ନିକଟକୁ ଚୂଡ଼ାନ୍ତ ମଞ୍ଜୁରୀ ପାଇଁ ପ୍ରେରଣ କରାଯିବ। ଏହି ପଦକ୍ଷେପ ଦ୍ୱାରା ରାଜ୍ୟର ଜଙ୍ଗଲ ଓ ବନ୍ୟପ୍ରାଣୀଙ୍କ ସୁରକ୍ଷା ସହିତ ସ୍ଥାନୀୟ ଜନସାଧାରଣଙ୍କ ମୌଳିକ ଆବଶ୍ୟକତା ପୂରଣ ହୋଇପାରିବ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Shaksi News