ଭୁବନେଶ୍ୱର : ଓଡିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି । ନଦୀ, ନାଳ , ସମୁଦ୍ର ସବୁଠି ଆ କା ମା ବୈ , ପାନ ଗୁଆ ଥୋଇ, ପାନ ଗୁଆ ତୋର ମାସକ ଧରମ ମୋର ଗୀତ ଗାଇ ଡଙ୍ଗା ଭସାଉଛନ୍ତି । ମଦୋଦଧିରେ ବୁଡ ପକାଇଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ ରହିଥିବାକୁ ବେଳାଭୂମିରେ ମଧ୍ୟ ଅସଂଖ୍ୟ ଲୋକଙ୍କ ଭିଡ ଜମିଛି ।

