ବଜେଟରେ ଆୟକରକୁ ନେଇ ଏକ ବଡ ନିଷ୍ପତି ନେଇଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । କେନ୍ଦ୍ର ବଜେଟ ରେ ମଧ୍ୟବିତ୍ତଙ୍କୁ ଖୁସି କରିବାକୁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆୟକର ଛାଡ଼ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ଆୟକର ରିଟର୍ଣ୍ଣ ଫାଇଲ୍ କରିବାର ସମୟସୀମାକୁ ୨ ବର୍ଷରୁ ୪ ବର୍ଷକୁ ବୃଦ୍ଧି କରାଯାଇଛି ।
ଆୟକର ସ୍ଲାବ୍
୧୨ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ - ୧୫%
୧୬ରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ - ୨୦%
୨୦ରୁ ୨୪ ଲକ୍ଷ ପର୍ଯ୍ୟନ୍ତ ଆୟ - ୨୫%
୨୪ ଲକ୍ଷରୁ ଅଧିକ ଆୟ - ୩୦%

