ଦ୍ବିତୀୟ ଟ୍ବେଣ୍ଟି-୨୦ରେ ବାଂଲାଦେଶକୁ ୮୬ ରନ୍ରେ ପରାସ୍ତ କରି ଭାରତ ୩ ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାକୁ ୨-୦ରେ ଆଗୁଆ ଜିତିନେଇଛି। ଭାରତ ୨୨୨ ରନର ଟାର୍ଗେଟ ଦେଇଥିବା ବେଳେ ବାଂଲାଦେଶ ଟିମ ୯ ୱିକେଟରେ କେବଳ ୧୩୫ ରନରେ ଅଟକି ଯାଇଛି। ୮୬ ରନରେ ଦ୍ୱିତୀୟକୁ ଟି-୨୦ ଜିତି ସୂର୍ଯ୍ୟ କୁମାର ଯାଦବଙ୍କ ଭାରତୀୟ ଟିମ ଗୋଟିଏ ମ୍ୟାଚ୍ ପୂର୍ବରୁ ସିରିଜ କବଜା କରିନେଇଛି।

