Dailyhunt
ଭାରତରତ୍ନ ଆମ୍ବେଦକରଙ୍କ ଜୟନ୍ତୀ

ଭାରତରତ୍ନ ଆମ୍ବେଦକରଙ୍କ ଜୟନ୍ତୀ

ଭୁବନେଶ୍ୱର: ଭାରତର ସଂବିଧାନ ରଚୟିତା, ମହାନ ଚିନ୍ତକ ଓ ସମାଜ ସଂସ୍କାରକ ଭାରତରତ୍ନ ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଗଭୀର ଶ୍ରଦ୍ଧା ସହ ସ୍ମରଣ କରାଯାଇଥିଲା। ସମାନତା, ନ୍ୟାୟ ଓ ମାନବିକ ଅଧିକାର ପାଇଁ ତାଙ୍କ ଅବଦାନ ଅସାଧାରଣ ଏବଂ ତାଙ୍କ ଆଦର୍ଶ ଆଜିର ସମାଜ ପାଇଁ ସଦା ପଥପ୍ରଦର୍ଶକ ହୋଇ ରହିବ ବୋଲି ଏହି ଅବସରରେ ମତ ପ୍ରକାଶ ପାଇଥିଲା।ମଙ୍ଗଳବାର ସକାଳ ୮.୩୦ ମିନିଟ୍‌ ସମୟରେ ଭୁବନେଶ୍ୱରସ୍ଥିତ ଏଜି ଛକରେ ଭାରତରତ୍ନ ଡଃ ଆମ୍ବେଦକରଙ୍କ ପ୍ରତିମୂର୍ତିରେ ବିଶିଷ୍ଟ ଅତିଥିମାନଙ୍କ ଦ୍ୱାରା ପୁଷ୍ପମାଲ୍ୟ ଅର୍ପଣ କରି ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଯାଇଥିଲା।

ସବୁ ରାଜ୍ୟ ଲୋକସଭାରେ ଦୁଇଗୁଣ ଆସନ…

ମକାଚାଷୀଙ୍କ ପ୍ରତି ରାଜ୍ୟ ସରକାର…

ରେଙ୍ଗାଲଜୁରୀ ଓ ଚଙ୍ଗରିଆ ଗାଁରେ…

ଫ୍ୟାଟି ଲିଭର୍‌ ସମସ୍ୟା ଥିଲେ,…

ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଗୁରବୀର ସିଂହ, ଉପ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଶ୍ରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଜିତେନ୍ଦ୍ରିୟ ଜେନା, ସହକାରୀ ନିର୍ଦ୍ଦେଶକ ଶ୍ରୀ ଦୀପକ କୁମାର ସାହୁ ପ୍ରମୁଖ ଯୋଗଦେଇ ମାଲ୍ୟାର୍ପଣ କରିଥିଲେ।ଏହା ସହିତ ବିଭିନ୍ନ ସାମାଜିକ ଅନୁଷ୍ଠାନର କର୍ମକର୍ତା, ବିଭିନ୍ନ ରାଜନୈତିକ ଦଳର ସଦସ୍ୟମାନେ, ବିଧାୟକ ଓ ବିଧାୟିକାମାନେ, ସୂଚନା ଓ ଲୋକସମ୍ପର୍କ ବିଭାଗର ଅନ୍ୟାନ୍ୟ ଅଧିକାରୀ, ଛାତ୍ରଛାତ୍ରୀ ଏବଂ ସାଧାରଣ ଲୋକମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Shaksi News