ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଭିମସାର, ବୁର୍ଲାର-ଏଷ୍ଟାବ୍ଲିସମେଣ୍ଟ ଅଫିସର୍ କମ୍-ଅଫିସ୍ ସୁପରିଣ୍ଟେଣ୍ଡେଣ୍ଟ ଧନୁର୍ଦ୍ଧର ବିଶ୍ୱାଳଙ୍କ ୪ଟି ଠିକଣାରେ ସୋମବାର ସକାଳୁ ଏକକାଳୀନ ଚଢ଼ାଉ ଆରମ୍ଭ କରିଛି।
ସୂଚନା ଅନୁସାରେ, ଶ୍ରୀ ବିଶ୍ୱାଳ ନିଜ ଆୟଠାରୁ ଅଧିକ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗର ତଦନ୍ତ ପାଇଁ ସମ୍ବଲପୁର ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରିଛି। ୨ ଜଣ ଡିଏସ୍ପି, ୫ ଜଣ ଇନ୍ସପେକ୍ଟର, ୩ ଜଣ ଏଏସ୍ଆଇ ଓ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କୁ ନେଇ ଗଠିତ ଭିଜିଲାନ୍ସ ଟିମ୍ ସମ୍ବଲପୁର ଜିଲ୍ଲାର ୪ଟି ସ୍ଥାନରେ ଚଢ଼ାଉ ଚଳାଇଛି।

