Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବିକଶିତ ଭାରତରେ କର୍ମଠ ଓଡ଼ିଶା

ବିକଶିତ ଭାରତରେ କର୍ମଠ ଓଡ଼ିଶା

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶା ଦିବସ ଉପଲକ୍ଷେ ଓଡ଼ିଶାବାସୀ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସାମାଜିକ ଗଣମାଧ୍ୟମ 'ଏକ୍ସ'ରେ ସେ କହିଛନ୍ତି, ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ସୁପ୍ରାଚୀନ ପରମ୍ପରା ତଥା ଓଡ଼ିଶାବାସୀଙ୍କ ଧୈର୍ଯ୍ୟ ଓ ସହନଶୀଳତାର ସ୍ୱାକ୍ଷର ବହନ କରେ ଏହି ଦିବସ।

ଦେଶର ସ୍ୱାଧୀନତା ସଂଗ୍ରାମ ଏବଂ ରାଷ୍ଟ୍ରଗଠନରେ ଓଡ଼ିଶାର ଅମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କୁ ସବୁବେଳେ ପ୍ରେରଣା ଦେଇଆସିଛି। ବିକଶିତ ଭାରତ ନିର୍ମାଣରେ କୁଶଳ ଏବଂ କର୍ମଠ ଓଡ଼ିଶାବାସୀଙ୍କ ଭୂମିକା ବେଶ୍‌ ଉଲ୍ଲେଖନୀୟ। ଆଜିର ଏହି ଶୁଭ ଅବସରରେ ଓଡ଼ିଶାବାସୀଙ୍କ ସୁଖ-ସମୃଦ୍ଧି ଓ ମଙ୍ଗଳ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି।

ବସ୍‌ ଆଶ୍ରୟସ୍ଥଳୀରେ ଜିରୋ ମୌଳିକ…

କେଉଁ ଭିଟାମିନ୍‌ ଅଭାବରୁ ଶରୀରରେ…

ରାତିରେ ଜିନ୍‌ସ ପିନ୍ଧି ଶୋଉଛନ୍ତି…

ନଚେତ୍‌ ହୋଇଯିବେ କାଙ୍ଗାଳ!

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଶୁଭେଚ୍ଛା ବାର୍ତାରେ କହିଛନ୍ତି, ଓଡ଼ିଶା ସମେତ ବିଶ୍ୱର ବିଭିନ୍ନ ଅଂଚଳରେ ରହୁଥିବା ଓଡ଼ିଆ ଭାଇ ଭଉଣୀମାନଙ୍କୁ 'ଓଡ଼ିଶା ଦିବସ'ର ହାର୍ଦ୍ଦିକ ଶୁଭେଚ୍ଛା।

୧୯୩୬ ମସିହା ଆଜିର ଦିନରେ ଭାଷା ଭିତିରେ ଆମ ରାଜ୍ୟ ଓଡ଼ିଶା ପ୍ରଥମ ସ୍ୱତନ୍ତ୍ର ପ୍ରଦେଶର ଗୌରବ ଲାଭ କରିଥିଲା। ଆଜିର ପବିତ୍ର ଦିନରେ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ସେହି ବରେଣ୍ୟ ସନ୍ତାନମାନଙ୍କୁ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ଆସନ୍ତୁ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଆମେ ଆମର ଗୌରବମୟ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ଆହୁରି ସମୃଦ୍ଧ କରିବା ପାଇଁ ସଂକଳ୍ପବଦ୍ଧ ହେବା।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Shaksi News