Dailyhunt
ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ

ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ

ଜ୍ଞାନ ହିଁ ଶକ୍ତି (Knowledge is Power)। ଜ୍ଞାନରୁ ଆମକୁ ଶକ୍ତି ମିଳିଥାଏ । ରାଜ୍ୟରେ ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଲେ ଯ, ପୂର୍ବରୁ ଶିକ୍ଷା ବିଭାଗ ଅନେକ ସମସ୍ୟା ଦେଇ ଗତି କରୁଥିଲା ।

ଯେଉଁମାନେ ଶାସନ କରୁଥିଲେ ସେମାନେ କିଛି ତ୍ରୁଟି ରଖିଥିଲେ । ସେହି ସମସ୍ୟା ଗୁଡିକର କିପରି ସମାଧାନ ହୋଇ ପାରିବ ସେ ନେଇ ଆମ ସରକାର କାର୍ଯ୍ୟ କରୁଛନ୍ତି । ଆମ ସରକାର ଶାସନକୁ ଆସିବା ପରେ ପ୍ରାଥମିକ ଶିକ୍ଷା ଭିତ୍ତିଭୂମି ଓ ଶିକ୍ଷା ବାତାବରଣକୁ ସୁଦୃଢ କରିବା ପାଇଁ ୧୬୦୦୯ ଜଣ ପ୍ରାଥମିକ ଶିକ୍ଷକ ନିଯୁକ୍ତ କରିଛନ୍ତି । ରାଜ୍ୟରେ ଡ୍ରପ ଆଉଟ୍ ହାର ରୋକିବା ଏବଂ ଗୁଣାତ୍ମକ ଶିକ୍ଷା ପାଇଁ ଆମ ସରକାର କାର୍ଯ୍ୟ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

୨୦୨୪ ଫାଇଡ୍ ମହିଳା ବିଶ୍ୱ ରାପିଡ୍…

ଷଷ୍ଠ ଗଞ୍ଜାମ ଜ଼ିଲ୍ଲା ସାଂସ୍କୃତିକ…

ସିଲ୍‌କ ସିଟିରେ ବୁଲା କୁକୁରଙ୍କ…

କେନ୍ଦୁଝର ଜିଲ୍ଲାର ବିଭିନ୍ନ…

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଦେଶ ତଥା ରାଜ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ଶତ ବାର୍ଷିକୀ ପାଳନ କରୁଥିବା ବେଳେ, ଏହି ଐତିହାସିକ ଅନୁଷ୍ଠାନ ମଧ୍ୟ ତା'ର ୭୫ ତମ ସ୍ବନକ୍ଷେତ୍ର ପାଳନ କରୁଛି । ଏହି ବିଦ୍ୟାଳୟ ନିରନ୍ତର ଭାବେ ଚମ୍ପୁଆ ଉପଖଣ୍ଡ, ସୀମନ୍ତ ଝାଡଖଣ୍ଡ ଓ ମୟୂରଭଞ୍ଜ ଜିଲ୍ଲାର ବହୁ ଛାତ୍ରଛାତ୍ରୀଙ୍କୁ ପାଇଁ ଗଢି ତୋଳିବା ସହିତ ଶିକ୍ଷାର ଆଲୋକବର୍ତ୍ତିକା ହୋଇ କାର୍ଯ୍ୟ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ପ୍ରାକୃତିକ ସମ୍ପଦରେ ଭରପୁର କେନ୍ଦୁଝର ଜିଲ୍ଲାର ସାମଗ୍ରୀକ ବିକାଶ ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ସମସ୍ତ ଖଣିଜ ସମ୍ପଦ ଥିଲେ ମଧ୍ୟ କେନ୍ଦୁଝର ଜିଲ୍ଲା ଅବହେଳିତ ହୋଇ ରହିଥିଲା। ଏବେ ଏହାର ବିକାଶ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି । କେନ୍ଦୁଝରର ବିକାଶ କିପରି ହେବ ସେ ନେଇ ଆମେ ସମସ୍ତେ ପ୍ରତିବଦ୍ଧ ହୋଇ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି । ଏଥି ସହିତ ଜିଲ୍ଲାରେ ରହିଥିବା ଅନ୍ୟାନ୍ୟ ସମସ୍ୟାର ସମାଧାନ ହୋଇ ପାରିବ ସେ ନେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ ଲୋଡିଥିଲେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Shaksi News