ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନରେ ଆପ୍କୁ ଶକ୍ତ ଝଟକା ଲାଗିଛି । ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍ର ଟାଣୁଆ ନେତାମାନଙ୍କୁ ପରାଜୟ ହେବାକୁ ପଡ଼ିଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନୂଆଦିଲ୍ଲୀ ଆସନରେ ପରାସ୍ତ ହୋଇଛନ୍ତି । ନୂଆଦିଲ୍ଲୀ ଆସନରୁ ଲଢ଼ୁଥିବା କେଜ୍ରିୱାଲ ବିଜେପି ପ୍ରାର୍ଥୀ ପରବେଶ ସାହିବ ସିଂହଙ୍କଠାରୁ ହାରିଯାଇଛନ୍ତି ।

