Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଉପମୁଖ୍ୟମନ୍ତ୍ରୀଙ୍କ ନିଯୁକ୍ତିକୁ ନେଇ ଓଡିଶା ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାଏର

ଉପମୁଖ୍ୟମନ୍ତ୍ରୀଙ୍କ ନିଯୁକ୍ତିକୁ ନେଇ ଓଡିଶା ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାଏର

TAKSHAK TV 2 weeks ago

ଭୁବନେଶ୍ୱର:ରାଜ୍ୟରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀଙ୍କ ନିଯୁକ୍ତି କୁ ନେଇ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାଏର ହୋଇଛି lସୂଚନା ଅନୁଯାୟୀ ଆବେଦନକାରୀ ନିଜ ପିଟିସନରେ ଦର୍ଶାଇଛନ୍ତି ଯେ, ଭାରତୀୟ ସମ୍ବିଧାନରେ ଉପମୁଖ୍ୟମନ୍ତ୍ରୀ ପଦବୀ ପାଇଁ କୌଣସି ସ୍ୱତନ୍ତ୍ର ସାମ୍ବିଧାନିକ ବ୍ୟବସ୍ଥା ବା ମାନ୍ୟତା ନାହିଁ। ତେଣୁ ଏହି ପଦବୀରେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କୁ ନିଯୁକ୍ତି ଦିଆଯିବା ସମ୍ବିଧାନସମ୍ମତ ନୁହେଁ।

ଏହାର ନ୍ୟାୟିକ ତର୍ଜମା ପାଇଁ ଆବେଦନକାରୀ ତାଙ୍କ ପିଟିସନରେ ହାଇକୋର୍ଟଙ୍କୁ ଅନୁରୋଧ କରିଛନ୍ତି।ଅନ୍ୟପକ୍ଷରେ ରାଜ୍ୟ ସରକାର ଏହି ଆବେଦନକୁ ଦୃଢ଼ ବିରୋଧ କରି ଉପମୁଖ୍ୟମନ୍ତ୍ରୀ ପଦ ଓ ଉଭୟଙ୍କ ନିଯୁକ୍ତିକୁ ଯଥାର୍ଥ ବୋଲି ଦର୍ଶାଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ୍ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ହାଜର ହୋଇ କୋର୍ଟରେ ପକ୍ଷ ରଖି କହିଥିଲେ ଯେ, ମନ୍ତ୍ରିପରିଷଦର ସଦସ୍ୟମାନଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନାମିତ କରିବାରେ କୌଣସି ସାମ୍ବିଧାନିକ ବା ଆଇନଗତ ପ୍ରତିବନ୍ଧକ ନାହିଁ ବୋଲି କହିଛନ୍ତି।ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ନିଜର ରାୟ ସଂରକ୍ଷିତ ରଖିଛନ୍ତି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Takshak TV