Dailyhunt
ମେ' ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ

ମେ' ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ

ସକାଳ 0 months ago

ଭୁବନେଶ୍ୱର: ମେ' ମାସରେ ମାଟ୍ରିକ୍ ରେଜଲ୍ଟ । ମେ ମାସ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇ । ସେ କହିଛନ୍ତି କି, ରେଜଲ୍ଟ ବାହାରିବା ପରେ ସଙ୍ଗେ ସଙ୍ଗେ ଅନ୍ଲାଇନରେ ସାର୍ଟିଫିକେଟ୍ ମିଳିବ । ଯାହାଙ୍କର ପେପର୍ ଖରାପ ଥିବ ସେମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇପାରିବେ ।

ଅନ୍ୟପଟେ ଆଜି ସରିବ ମାଟ୍ରିକ ପରୀକ୍ଷାର ଖାତା ଦେଖା ।

ମାର୍ଚ୍ଚ ୧୯ରୁ ଏହି ମୂଲ୍ୟାୟନ ପ୍ରକ୍ରିୟା ରାଜ୍ୟର ୩୦ଟି ଯାକ ଜିଲ୍ଲାର ୫୦ଟି ମୂଲ୍ୟାୟନ କେନ୍ଦ୍ରରେ ଚାଲିଆସୁଛି । ମାଟ୍ରିକ୍ ସହ ଆରମ୍ଭ ହୋଇଥିବା ଏସ୍ଓଏସି ଓ ମଧ୍ୟମା ଖାତା ଦେଖା ଇତି ମଧ୍ୟରେ ଶେଷ ହୋଇସାରିଥିବାର ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: The Sakala