Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

୩୧ରୁ ରତ୍ନଭଣ୍ଡାର ଗଣତିମଣତି

ସମାଜ 18 hrs ago

ପୁରୀ: ଶ୍ରୀମନ୍ଦିରରେ ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ତଥା କମାଣ୍ଡରଙ୍କ ପରାମର୍ଶ ଅନୁଯାୟୀ ଅଗଷ୍ଟ ୩୧ (ସୋମବାର) ଏବଂ ସେପ୍ଟେମ୍ବର ୧ (ମଙ୍ଗଳବାର) ରତ୍ନଭଣ୍ଡାର ଗଣତିମଣତି କରାଯିବ। ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଆଧାରରେ ଗଣତି ହେବ। ଗଣତିମଣତି ପାଇଁ ପାଖାପାଖି ଅପରାହ୍ଣ ୪ଟାରୁ ସନ୍ଧ୍ୟା ଧୂପ ଶେଷ ହେବା ପର୍ଯ୍ୟନ୍ତ ଭିତର କାଠ ଦର୍ଶନ ବନ୍ଦ ରହିବ।

ଗଣତି ପ୍ରକ୍ରିୟା ଚାଲୁ ରହିଥିବା ସମୟରେ ଶ୍ରୀଜୀଉଙ୍କ ନୀତି ସମ୍ପାଦନ ଅବ୍ୟାହତ ରହିବ ଏବଂ ଅଧିକୃତ ପାଳିଆ ସେବକମାନେ ଜଗମୋହନ ଓ ଗର୍ଭଗୃହକୁ ନୀତି ସମ୍ପାଦନ ନିମନ୍ତେ ସ୍ୱଚ୍ଛନ୍ଦରେ ପ୍ରବେଶ କରିପାରିବେ। କଡ଼ା ସୁରକ୍ଷା ଦୃଷ୍ଟିରୁ ସର୍ବସାଧାରଣଙ୍କ ନିମନ୍ତେ ଗଣତି ଦିନମାନଙ୍କରେ ଧାର୍ଯ୍ୟ ସମୟ ଅବଧିରେ ଦର୍ଶନ ବ୍ୟବସ୍ଥା ଭିତର କାଠ ନିକଟରୁ ବନ୍ଦ ରଖାଯିବ। କେବଳ ବାହାର କାଠ ନିକଟରୁ ଶ୍ରୀଜୀଉଙ୍କୁ ଦର୍ଶନ କରି ଭକ୍ତ ଫେରିବେ। ଗଣତି କାର୍ଯ୍ୟ ସମୟରେ ସମସ୍ତ ସେବକ ତଥା ଅଗଣିତ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପୂର୍ବପରି ସଂପୂର୍ଣ୍ଣ ସହଯୋଗ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ନିବେଦନ କରିଛନ୍ତି।

ସୂଚନାନୁଯାୟୀ, ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଆଧାରରେ ୨୦୨୫ ମାର୍ଚ୍ଚ ୨୫ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀର ଗଣତି କାର୍ଯ୍ୟ ଆରମ୍ଭ ହୋଇଥିଲା। ବିଭିନ୍ନ ପର୍ଯ୍ୟାୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୭୮ ଘଣ୍ଟା ୩ ମିନିଟ ରତ୍ନଭଣ୍ଡାର ଗଣତି ହୋଇସାରିଛି। ଚଳିତବର୍ଷ ରଥଯାତ୍ରା ଏବଂ ବହୁଳ ନୀତିକାନ୍ତି ପରିପାଳନ ପାଇଁ ଗଣତିମଣତି ବନ୍ଦ ରହିଥିଲା।

Dailyhunt
Disclaimer: This content has not been generated, created or edited by Dailyhunt. Publisher: The Samaja Odia