Dailyhunt

୬ଟି ସ୍ୱତନ୍ତ୍ର ଟ୍ରେନ୍ ସେବା ସମ୍ପ୍ରସାରଣ

ସମାଜ 3 weeks ago

ଭୁବନେଶ୍ୱର: ଗ୍ରୀଷ୍ମ ଋତୁରେ ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ କରିବା ଏବଂ ଯାତ୍ରା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ପୂର୍ବତଟ ରେଳପଥ ପକ୍ଷରୁ ୬ଟି ସ୍ୱତନ୍ତ୍ର ଟ୍ରେନ୍ ସେବା ସମ୍ପ୍ରସାରଣ କରିବାକୁ ନିଷ୍ପତ୍ତି ହୋଇଛି। ଭୁବନେଶ୍ୱର- ଯଶବନ୍ତପୁର ସ୍ପେଶାଲ ୨୦୨୬ ଜୁନ ୨୭ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯଶବନ୍ତପୁର-ଭୁବନେଶ୍ୱର ସ୍ବତନ୍ତ୍ର ଟ୍ରେନ୍ ଜୁନ୍ ୨୯ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ସମ୍ବଲପୁର-ଇରୋଡ୍ ସ୍ବତନ୍ତ୍ର ଟ୍ରେନ ମେ' ୨୭ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ଇରୋଡ-ସମ୍ବଲପୁର ଟ୍ରେନ୍ ମେ' ୨୯ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିଶାଖାପାଟଣା- ଶାଲିମାର ସ୍ବତନ୍ତ୍ର ଟ୍ରେନ୍ ଜୁନ୍‌ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଶାଲିମାର-ବିଶାଖାପାଟଣା ସ୍ବତନ୍ତ୍ର ଟ୍ରେନ୍ ଜୁନ ୩୦ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: The Samaja Odia