ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ସପ୍ତାହରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ। ୧୦ ତାରିଖରେ ମୋଦୀ ଅକ୍ଲାଣ୍ଡରେ ପହଞ୍ଚିବେ। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ସ୍ବାକ୍ଷରିତ ହେବ। ମୋଦୀ ପ୍ରଥମ ଥର ନ୍ୟୁଜିଲାଣ୍ଡ ଗସ୍ତ କରିବେ। ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଖ୍ରୀଷ୍ଟୋଫର ଲକ୍ସନ ଶୁକ୍ରବାର ମୋଦୀଙ୍କ ଗସ୍ତ ସମ୍ପର୍କରେ ଘୋଷଣା କରିଛନ୍ତି।
ଲକ୍ସନ କହିଛନ୍ତି ଯେ, ନ୍ୟୁଜିଲାଣ୍ଡ-ଭାରତ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ସହିତ ଦୁଇ ଦେଶ ସେମାନଙ୍କ ସମ୍ପର୍କକୁ ପରବର୍ତ୍ତୀ ସ୍ତରକୁ ନେଇଯିବେ। ପ୍ରଧାନମନ୍ତ୍ରୀ ମୋଦୀ ଜୁଲାଇ ୧୧ରେ ସ୍ବଦେଶ ଫେରିବେ।
