Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ପୁରୀରେ କୁଖ୍ୟାତ ଅପରାଧୀ ଚନ୍ଦନକୁ ଏନକାଉଣ୍ଟର

ସମାଜ 3 weeks ago

ମାଜ ଲାଇଭ ଡେସ୍କ : ସମ୍ବଲପୁର ଓ ବ୍ରହ୍ମପୁର ପରେ ଆକ୍ସନ ମୋଡରେ ପୁରୀ ପୁଲିସ। ପୁରୀର ଜଣେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର ହୋଇଛି।

ବାସେଳିସାହି ଥାନା ଓଁକାରେଶ୍ବର ନିକଟରେ ପୁରୀ ପୋଲିସ ଏନକାଉଣ୍ଟର କରିଛି। ପୁଲିସ ଗୁଳିରେ କୁଖ୍ୟାତ ଅପରାଧୀ ବିଷ୍ଣୁ ଜେନା ଓରଫ ଚନ୍ଦନ ଘାଇଲା ହୋଇଛି। ଚନ୍ଦନର ଡାହାଣ ଗୋଡରେ ଗୁଳି ବାଜିଛି।

ସେ ଏକାଧିକ ହାଇୱେ ଲୁଟରେ ସାମିଲ ଥିଲା। ଚନ୍ଦନକୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: The Samaja Odia