Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ରାଜ୍ୟରେ ସ୍ୱାଭାବିକଠାରୁ ୪% ଅଧିକ ବର୍ଷା; ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ସମାଜ 1 week ago

ଭୁବନେଶ୍ୱର:ଚଳିତ ମୌସୁମୀ ଋତୁରେ ରାଜ୍ୟରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ରହିଛି। ଜୁନ୍‌ ୧ ତାରିଖରୁ ଏଯାବତ୍ ଓଡ଼ିଶାରେ ମୋଟ ୨୬୫.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷାଠାରୁ ୪ ପ୍ରତିଶତ ଅଧିକ। ଏ ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି।

ସୂଚନା ଅନୁଯାୟୀ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଥିବାବେଳେ ୧୧ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ଏବଂ ଆଉ ୧୧ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। ଅନ୍ୟପକ୍ଷରେ, ୬ଟି ଜିଲ୍ଲାରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ କମ୍ ରହିଛି। ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ଼, ସମ୍ବଲପୁର, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ସେ କହିଛନ୍ତି।

ଏପଟେ, ଲଘୁଚାପ ପ୍ରଭାବରେ ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ଅତ୍ୟଧିକ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ୭ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: The Samaja Odia