Sunday, 24 Jan, 8.31 pm The Samikhsya Odia

ବ୍ରେକିଙ୍ଗ ନେବତ୍ସ
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତରେ ବିଜେପିରେ ସାମିଲ ହେଲେ କଂଗ୍ରେସ ପ୍ରାର୍ଥୀନୀ ଏବଂ ଶତାଧିକ କର୍ମୀ

ଭୁବନେଶ୍ୱର: ପରଜଙ୍ଗ ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତ୍ରୀ ଯଶସ୍ୱନୀ ରାଉତ ଏବଂ ତାଙ୍କ ସମର୍ଥକମାନେ ବିଜେପିରେ ସାମିଲ ହୋଇଛନ୍ତି। ଶ୍ରୀମତୀ ରାଉତ ୨୦୧୯ ସାଧାରଣ ନିର୍ବାଚନରେ ପରଜଙ୍ଗ ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀନୀ ଏବଂ ପୂର୍ବତନ ପଂଚାୟତ ସମିତି ଅଧ୍ୟକ୍ଷା ଥିଲେ। ରାଜ୍ୟସଭାପତି ସମୀର ମହାନ୍ତି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଢେଙ୍କାନାଳ ଜିଲ୍ଲାର ଶତାଧିକ କଂଗ୍ରେସ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି। ରାଜ୍ୟ ସଭାପତି ଶ୍ରୀ ମହାନ୍ତି ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଏବଂ ଟୋପି ପିନ୍ଧାଇ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି।

ପରଜଙ୍ଗ ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ପ୍ରତ୍ୟାଶୀ ଯଶସ୍ୱନୀ ରାଉତ ଏବଂ ତାଙ୍କ ସମର୍ଥକମାନଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସ୍ୱାଗତ କରିବା ସହ ଏହି ମିଶ୍ରଣ ଦ୍ୱାରା ଦଳ ପରଜଙ୍ଗ ନିର୍ବାଚନ ମଣ୍ଡଳୀରେ ଆହୁରି ମଜବୁତ୍ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସବକା ସାଥ, ସବକା ବିକାଶ, ସବକା ବିଶ୍ୱାସ ନୀତିରେ ଦେଶରେ ଏକ ନୂଆ ଜାଗରଣ ତିଆରି ହୋଇଛି।

ଓଡିଶାରେ ଆମେ ଦୁଇ ପାଦ ଆଗରେ ରହିଛୁ। ଜାତୀୟ ଗଣମାଧ୍ୟମରେ ହୋଇଥିବା ସର୍ଭେ ଅନୁଯାୟୀ ପ୍ରଧାନମନ୍ତ୍ରୀଙ୍କ ଲୋକପ୍ରିୟତା ଦେଶରେ ୭୦ରୁ ୭୫ ପ୍ରତିଶତ ରହିଥିବାବେଳେ ଓଡିଶାରେ ଏହା ୯୦ରୁ ୯୫ ପ୍ରତିଶତ ରହିଛି। ଭାରତ ବର୍ଷରେ ସବୁଠୁ ଲୋକପ୍ରିୟ ଏବଂ ଓଡିଶା ଲୋକଙ୍କ ଏକମାତ୍ର ପସନ୍ଦଯୋଗ୍ୟ ଜନନେତା ହେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: The Samiksha Odia
Top