Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ଅନ୍ତର୍ଗତ ପାର୍ତ୍ତିଗୁଡା ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀର ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ଆସିଛି।

ଅଭିଯୋଗ ଅନୁଯାୟୀ, ପଣିକିଆ କହିପାରିନଥିବାରୁ ଶିକ୍ଷକ ପ୍ରତାପ ମଲ୍ଲିକ ଛାତ୍ରୀ ଅନିତା ନାୟକ (୮)ଙ୍କୁ ଚାପୁଡ଼ା ମାରିଥିଲେ। ଏହାପରେ ସେ ଅଚେତ ହୋଇପଡ଼ିଥିଲେ।

ପରିବାର ଲୋକ ତାଙ୍କୁ ଗଞ୍ଜାମ ଜିଲ୍ଲାର ସୋରଡା ମେଡିକାଲକୁ ନେଇଥିବାବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।

ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିବାବେଳେ ଶିକ୍ଷକ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଅନ୍ୟପକ୍ଷରେ, ଘଟଣାର ନିରପେକ୍ଷ ତଦନ୍ତ କରି ସତ୍ୟାସତ୍ୟ ପଦାକୁ ଆଣିବାକୁ ସ୍ଥାନୀୟ ବୁଦ୍ଧିଜୀବୀ ଦାବି କରିଛନ୍ତି।

ଅଭିଯୋଗ ଅନୁଯାୟୀ, ପଣିକିଆ କହିପାରିନଥିବାରୁ ଶିକ୍ଷକ ପ୍ରତାପ ମଲ୍ଲିକ ଛାତ୍ରୀ ଅନିତା ନାୟକ (୮)ଙ୍କୁ ଚାପୁଡ଼ା ମାରିଥିଲେ। ଏହାପରେ ସେ ଅଚେତ ହୋଇପଡ଼ିଥିଲେ। ପରିବାର ଲୋକ ତାଙ୍କୁ ଗଞ୍ଜାମ ଜିଲ୍ଲାର ସୋରଡା ମେଡିକାଲକୁ ନେଇଥିବାବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: The Samiksha Odia