Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଲର୍ଟ

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଲର୍ଟ

The UTKAL PRAHARI 2 weeks ago

ଭୁବନେଶ୍ୱର, 30 ମେ- କାଳବୈଶାଖୀ ଆଶଙ୍କା । ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି । ରାଜଧାନୀ ସହିତ ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ ଏବଂ ବାଲେଶ୍ବର ଜିଲାର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। କାଳବୈଶାଖୀଜନିତ ବର୍ଷା ପବନ ଯୋଗୁଁ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଜୁନ ୪ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷାର ସମ୍ଭାବନା ରହିଛି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ସାରା ରାଜ୍ୟକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି ହୋଇଛି। କିଛି ଅଞ୍ଚଳରେ ଘଣ୍ଟା ପ୍ରତି ୬୦ରୁ ୭୦କି.ମି. ବେଗରେ ପବନ ବହିବାକୁ ଥିବାବେଳେ ଆଉ କିଛି ଅଞ୍ଚଳରେ ୪୦ରୁ ୫୦କି.ମି. ବେଗରେ ପବନ ବହିପାରେ।

Tagsalertkala baisakhiOdisha

Dailyhunt
Disclaimer: This content has not been generated, created or edited by Dailyhunt. Publisher: Utkal Prahari