Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଆଜି ଶନିବାର (୩୦/୦୫/୨୦୨୬) ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ.

ଆଜି ଶନିବାର (୩୦/୦୫/୨୦୨୬) ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ.

ମେଷ:- ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଦୀର୍ଘଦିନର ଆଶା ପୂରଣ ହେବା ଫଳରେ ପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ବକେୟା ଅର୍ଥ କିଛି ମିଳିବ ଓ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ବନ୍ଧୁ ବାନ୍ଧବଙ୍କଦ୍ୱାରା ଅନେକ କାର୍ଯ୍ୟ ହାସଲ କରିବେ ।

ବ୍ୟବସାୟରେ ଉନ୍ନତି, ଲାଭପ୍ରାପ୍ତି, ସଫଳତା ଅର୍ଜନ କରିବା ସହ ଦୂରଯାତ୍ରାର ସୁଯୋଗ ପାଇବେ ।

ବୃଷ:- ଘରୋଇ ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନହେବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସମସ୍ୟା ସମାଧାନ ହୋଇ ଉନ୍ନତି ସହ ଶାନ୍ତି ଉପୁଜିବ । ଆତ୍ମୀୟ ମାନଙ୍କର ଉପଚାର ରୋଗ ନିବୃତ୍ତି ପାଇଁ ଅଧିକ ଅର୍ଥଖର୍ଚ୍ଚ ହୋଇଯିବ । ପତିପତ୍ନୀଙ୍କ କ୍ଷେତ୍ରରେ ଦାମ୍ପତ୍ୟଜୀବନ ସୁଖମୟହେବ । ଗସ୍ତ କାର୍ଯ୍ୟକ୍ରମ ସ୍ଥଳରେ ବହୁ ସମୟ ବାହାରେ କଟାଇ ବାକୁ ବାଧ୍ୟ ହେବେ ।

ମିଥୁନ:- ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ପାରିବାରିକ ସମସ୍ୟାକୁ ସମାଧାନ କରି ପରିବାରରେ ପ୍ରୀତିଭାଜନ ହେବେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି ।

କର୍କଟ:- ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଆର୍ଥିକକ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବା ଫଳରେ ମାନସିକ ଚିନ୍ତାଦୂର ହୋଇଯିବ ।

ସିଂହ:- ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ହଠାତ୍ ମତ ପରିବର୍ତ୍ତନ କରି ସମସ୍ତଙ୍କୁ ଚକିତ କରି ଦେବେ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ । କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ ।

କନ୍ୟା:- ଭବିଷ୍ୟତ ନିମନ୍ତେ ଯୋଜନା କରି ପୁଞ୍ଜି ନିବେଶ କରନ୍ତୁ ଲାଭ ମିଳିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ହସଖୁସିରେ ସମୟ ବିତାଇବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସ୍ଥାନାନ୍ତର ମଧ୍ୟ ହୋଇ ପାରେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ।

ତୁଳା:- କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ, ଆୟ ବୃଦ୍ଧି ହୋଇ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ, କର୍ମ ନିଯୁକ୍ତି କ୍ଷେତ୍ରରେ ଆପ୍ରାଣ ଚେଷ୍ଟା କରି ସଫଳ ହେବେ, ବ୍ୟବସାୟକୁ ପ୍ରସାରିତ କରି ଏକ୍ସପୋର୍ଟ, ଇନ୍ପୋର୍ଟ, ହାଣ୍ଡିକ୍ରାଫ୍ଟ, ଫର୍ଣ୍ଣିଚର ଓ ସିଜିନ୍ ବ୍ୟବସାୟରେ ମଧ୍ୟ ଅତ୍ୟନ୍ତ ଲାଭାନ୍ୱିତ ହେବେ ।

ବିଛା:- ଶତୃମାନେ ମିତ୍ରଭାବ ଆଚରଣ କରିବେ, ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ପ୍ରଶଂସା ପାଇବେ, ରାଜନୀତିରେ ସଫଳତା ମିଳିବ, କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବ୍ୟୟ ଅପେକ୍ଷା ଆୟ ବୃଦ୍ଧି ହେବ, କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ, ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ।

ଧନୁ:- ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ, ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ, ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ, ସେୟାର ବଜାରରେ ଲାଭ ମିଳିବ, ଆତ୍ମବିଶ୍ୱାସ ବୃଦ୍ଧି ପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ, ପାରିବାରିକ ସ୍ଥିତିରେ ଶାନ୍ତି ପାଇବେ, ଦୂରଯାତ୍ରାର ସୁଯୋଗ ମିଳିବ, ବିଦ୍ୟାକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବା ଫଳରେ ପ୍ରଶଂସିତ ହେବେ ।

ମକର:- ଶତୃମାନେ ମୁଣ୍ଡ ନୂଆଇଁବେ, ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ, ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇବ, ସ୍ଥାନାନ୍ତରର ସୂଚନା ପାଇ ପାରନ୍ତି ।

କୁମ୍ଭ:- ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ, ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ,ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ, ରାଜନୈତିକ ଜୀବନ ଝଡଝଞ୍ଜାମୟ ହେବାର ସମ୍ଭାବନା ରହିଛି, ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍, ଇର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ ।

ମୀନ:- ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ବ୍ୟବସାୟରେ ଭଲ ଲାଭହେବ ଓ ଋଣରୁ ମୁକ୍ତି ମିଳିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Yugabdha