Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଏବିଇଓ ବିଭୁନନ୍ଦନଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଏବିଇଓ ବିଭୁନନ୍ଦନଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ସିକା (ୱାଇଏନ୍‍ଏସ୍‍) : ଆସିକା ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟରେ ଅବସ୍ଥାପିତ ଥିବା ଶିକ୍ଷାବିଭାଗର ଦକ୍ଷ, ସଚ୍ଚୋଟ ଓ କର୍ତ୍ତବ୍ୟନିଷ୍ଟ ଅଫିସର ରୂପେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ଏବିଇଓ ବିଭୁନନ୍ଦନ ପଣ୍ଡା ନିଜ କର୍ମମୟ ଜୀବନରୁ ଅବସର ଗ୍ରହଣ କରିସାରିଛନ୍ତି । ଶିକ୍ଷାବିଭାଗର ଜଣେ କର୍ତ୍ତବ୍ୟନିଷ୍ଟ, ସମୟାନୁବର୍ତ୍ତିତା, ଶିକ୍ଷା ପ୍ରତି ସମର୍ପଣ ଭାବ, ସେବା ଓ ସାଧୁତାକୁ ସର୍ବାଧିକ ଗୁରୁତ୍ୱ ଦେଇଆସୁଥିବା ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବିଭୁନନ୍ଦନ ପଣ୍ଡା ନିଜ କର୍ମମୟ ଜୀବନରୁ ଅବସର ଗ୍ରହଣ କରିଥିଲା ବେଳେ ଏହି ଅବସରରେ ମା ରତ୍ନମାଳୀ ହାଇସ୍କୁଲର ପ୍ରଧାନଶିକ୍ଷକ ତାରାପ୍ରସାଦ ମିଶ୍ର ଏବଂ ଜଗଦଳପୁର ହାଇସ୍କୁଲ ଗୁଣ୍ଠପଡାର ପ୍ରଧାନଶିକ୍ଷକ ନାରାୟଣ ମହାପାତ୍ର ଓ ପାଣ୍ଡିଆପଥର ସ୍ଥିତ ଖାରି ବାବାଜୀଦୋରା ଉଚ୍ଚ ବିଦ୍ୟାପୀଠର ପ୍ରଧାନଶିକ୍ଷକ ରାମକୃଷ୍ଣ ପଣ୍ଡା ସୌଜନ୍ୟମୂଳକ ସାକ୍ଷାତ କରି ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ ପୂର୍ବକ ଭବ୍ୟ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରିବା ସାଙ୍ଗକୁ ତାଙ୍କର ଅବସର ପରବର୍ତ୍ତୀ ଜୀବନ ସୁସ୍ଥ ଓ ନିରାମୟ କାମନା କରିଥିବା ଦେଖିବାକୁ ମିଳିଥିଲା ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Yugabdha