ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକଙ୍କ ସାନ ପୁଅ ଅନୁରୂପ ନାୟକଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି। ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି. ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହପାଠୀ ମଧ୍ୟରେ ଗଭୀର ଦୁଃଖ ପ୍ରକାଶ ପାଇଛି।
ହସ ହସ ମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ବେଶ ପରିଚିତ ଥିଲେ। ତାଙ୍କ ଅକାଳ ବିୟୋଗରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ପାରଳା ମୁନିସିପାଲିଟି ଅଧକ୍ଷା ନିର୍ମଳା ସେଠୀ, ଗଜପତି ଜିଲ୍ଲା ପରିଷଦ ଅଧକ୍ଷ ଗାଵରା ତିରୁପତି ରାଓ, ବିଜେଡି ଦଳର ବହୁ ନେତା ଓ କର୍ମୀଙ୍କ ସମେତ ବରିଷ୍ଠ ସାମ୍ବାଦିକ ଗରୁଡ଼ ଧ୍ୱଜ ଚୌଧୁରୀ, ଡିଜେନ ପାଢ଼ୀ, ତାରିଣୀ ପ୍ରସାଦ ପଣ୍ଡା, ଗଣେଶ ରାଜୁ, ରଶ୍ମି ରଞ୍ଜନ ମିଶ୍ର, ସରୋଜ ବିରୋ, ସନ୍ତୋଷ ପଟ୍ଟନାୟକ, କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ସରକାରୀ ଅଧିକାରୀ ରାଜନୈତିକ ବ୍ୟକ୍ତିବିଶେଷ ପ୍ରମୁଖ ଅନୁରୂପଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି. ଅନୁରୂପଙ୍କ ମର ଶରୀରକୁ ବିରାଟ ଶୋଭାଯାତ୍ରାରେ ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ମହେନ୍ଦ୍ରତନୟା ନଦୀ ତଟରେ ଥିବା ଶଶ୍ମାନକୁ ନିଆଯାଇ ଶୋକାକୁଳ ପରିବେଶରେ ଅନ୍ତିମ ସଂସ୍କାର କରାଯାଇଛି।

