Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ପିକଅପ ଗାଡିରୁ ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

ପିକଅପ ଗାଡିରୁ ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

ମାଲକାନଗିରି, (ଡଃ ଶିବ ନାରାୟଣ ପାତ୍ର): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା । ପୋଲିସ ଚଢ଼ାଉ କରି ଏକ ମେକ୍ସ ପିକଅପ ଗାଡ଼ିରୁ ୭୫୦ କେଜି ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ ୩ କୋଟି ୭୫ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ସୂଚନା ଅନୁଯାୟୀ, ପାପରମେଟଲା ଗାଁ ନିକଟରୁ ଏକ ଧଳା ରଙ୍ଗର ମେକ୍ସ ପିକଅପ ଭ୍ୟାନରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ ପୋଲିସକୁ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା।

ଏହି ସୂଚନା ପାଇବା ପରେ ପୋଲିସ ଗାଡ଼ିକୁ ଧରିବା ପାଇଁ ଯାଇଥିଲା। ବଡ଼ପଦର ଶିବ ମନ୍ଦିର ନିକଟରେ ପୋଲିସକୁ ଦେଖି ଚାଲାଣକାରୀ ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ପରେ ପୋଲିସ ଘଟଣାସ୍ଥଳରୁ ଗଞ୍ଜେଇ ବୋଝେଇ ପିକଅପ ଭ୍ୟାନକୁ ଜବତ କରିଛି। ଫେରାର ଚାଲାଣକାରୀଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାରୁ ତାକୁ ଅଜଣା ଭାବେ ଦର୍ଶାଇ ମାମଲା ରୁଜୁ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ କେହି ଗିରଫ ହୋଇନାହାଁନ୍ତି। ଏହି ବିପୁଳ ପରିମାଣର ଗଞ୍ଜେଇ କେଉଁଠାରୁ ଆସିଥିଲା ଏବଂ କେଉଁଠାକୁ ଚାଲାଣ ହେଉଥିଲା ସେ ନେଇ ପୋଲିସ ତଦନ୍ତ ଜାରି ରଖିଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Yugabdha