Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

୨୯ ଯାଏଁ ଅସହ୍ୟ ତାତି : ପଶ୍ଚିମ ଓଡ଼ିଶାକୁ ରେଡ୍ ଆଲର୍ଟ

Yuva Samay 6 hrs ago

ଭୁବନେଶ୍ୱର,୨୫/୦୫:ରାଜ୍ୟରେ ଏବେଠାରୁ ତାତିର ପ୍ରକୋପ ଆହୁରି ବଢ଼ିଛି । ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ପଶ୍ଚିମ ଓଡ଼ିଶାରେ ଆକାଶରୁ ଅଗ୍ନି ବର୍ଷା ଭଳି ପରିସ୍ଥିତି ଜାରି ରହିଥିବାବେଳେ ବିଭିନ୍ନ ଜିଲ୍ଲା ପାଇଁ ରେଡ୍, ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଜି ପାଇଁ ସମ୍ବଲପୁର, ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଥିବାବେଳେ ଝାରସୁଗୁଡ଼ା, ସୋନପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଉପକୂଳ ଓଡ଼ିଶାର ଅନେକ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି ।

ସେହିପରି ଆସନ୍ତାକାଲି ମଧ୍ୟ ସମ୍ବଲପୁର, ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ ଜାରି ରହିବ । ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୫ ଡିଗ୍ରୀ ଉପରେ ରହୁଥିବାବେଳେ ଉପକୂଳ ଓଡ଼ିଶାରେ ଆର୍ଦ୍ରତା ବୃଦ୍ଧି ପାଇଁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ୨୮ ତାରିଖରୁ କୌଣସି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ନଥିଲେ ମଧ୍ୟ ତାତିର ପ୍ରଭାବ ଜାରି ରହିବ । ଏହାସହ ଉତ୍ତର ଉପକୂଳ ଓଡ଼ିଶାର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଏବଂ ସର୍ବାଧିକ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୨୮ ଓ ୨୯ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

About the Author

Author

Post navigation
Previous: ବାଲିଅନ୍ତା ବର୍ବରତା ମାମଲା : ନ୍ୟାୟ ଦାବିରେ ବିଧାୟକଙ୍କ ଦ୍ବାରସ୍ଥ ହେଲେ ସୌମ୍ୟଙ୍କ ପରିବାରNext: ଜିତୁ ମୁଣ୍ଡାଙ୍କ ଘରେ ପହଞ୍ଚିଲେ ଆପ୍ ସାଂସଦ ସଞ୍ଜୟ ସିଂହ

Dailyhunt
Disclaimer: This content has not been generated, created or edited by Dailyhunt. Publisher: Yuva Samay