Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ଅସହ୍ୟ ତାତିରେ ସିଝୁଛି ଓଡ଼ିଶା, ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Yuva Samay 5 days ago

ଭୁବନେଶ୍ୱର,୨୦/୦୫ : ଅସହ୍ୟ ଖରା ଓ ଗୁଳୁଗୁଳିରେ ସାରା ଓଡ଼ିଶା ଅସ୍ତବ୍ୟସ୍ତ ହୋଇପଡ଼ିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁଥିବାବେଳେ ଦିନ ୧୧ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ୪୨.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଛି । ଗତକାଲି ଏହି ସମୟରେ ସେଠାରେ ତାପମାତ୍ରା ୪୧ ଡିଗ୍ରୀ ଥିଲା ।

ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ଦିନରେ ରାଜ୍ୟର ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଆଜି ପାଇଁ ସମଗ୍ର ରାଜ୍ୟକୁ ହିଟ୍‌ୱେଭ୍ ଆଲର୍ଟ ଜାରି କରାଯାଇଛି ।

ପାଣିପାଗ ବିଭାଗ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଅନ୍ୟ ୨୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସକାଳ ୯ଟାରୁ ଖରାର ପ୍ରକୋପ ବଢୁଥିବାବେଳେ ଝାଞ୍ଜି ପବନ ଓ ପ୍ରବଳ ଗରମରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ତାତି ବଢିବା ସହ ରାସ୍ତାଘାଟ ଶୂନଶାନ ହେଉଥିବା ଦେଖାଯାଉଛି । ଉପକୂଳରୁ ଉପାନ୍ତ ଏବଂ ଉତ୍ତରରୁ ଦକ୍ଷିଣ ଓଡ଼ିଶା ପର୍ଯ୍ୟନ୍ତ ସବୁଠି ଅସହ୍ୟ ଗରମ ସହ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି ।

ଗତକାଲି ଝାରସୁଗୁଡ଼ାରେ ସର୍ବାଧିକ ୪୪.୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଥିଲା, ଯାହା ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ଚିହ୍ନଟ ହୋଇଛି । ସେହିପରି ରାଜ୍ୟର ୧୮ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ୪୦.୧ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Yuva Samay